Uncategorized

ଟ୍ରପ୍ ଲାଇନ୍ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ଭିଜିବ ଓଡ଼ିଶା, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗ୍ୟାଙ୍ଗେୟ ପଶ୍ଚିମବଙ୍ଗରୁ ଦକ୍ଷିଣ ଛତିଶଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପ ଲାଇନ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକା ବର୍ଷା ସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା- କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କେନ୍ଦୁଝର ମୟୂରଭଞ୍ଜ ବାଲେଶ୍ୱର ଓ ଭଦ୍ରକ । ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ସହ ଏହି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ କୌଣସି ଚେତାବନୀ ଜାରି କରିନି ପାଣିପାଗ ବିଭାଗ ।

Related Articles

Back to top button