Uncategorizedଐତିହ୍ୟ ଓ ସଂସ୍କୃତିଓଡ଼ିଶା
ଗଙ୍ଗାଧର ମେହେରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ; ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ୨ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭା ପରିସରରେ ଥିବା ସ୍ୱଭାବ କବିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ବାବୁ ସିଂ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ୧୯୨୪ ମସିହା ଏପ୍ରିଲ ୪ ତାରିଖରେ ୬୧ ବର୍ଷ ବୟସରେ ସ୍ୱଭାବ କବି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ବରଗଡ଼ ଜିଲ୍ଲାର ବରପାଲି ଠାରେ ୧୮୬୨ ଅଗଷ୍ଟ ୯ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଗଙ୍ଗାଧର ମେହେର ।




