ଐତିହ୍ୟ ଓ ସଂସ୍କୃତିଓଡ଼ିଶା
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ।

ଭୁବନେଶ୍ୱର, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ।
ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।
ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ।
ନୀତି ପାଇଁ ସୋମବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।
ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ।




