ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଭୀମ ଭୋଇଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ବାଚସ୍ପତି ଏବଂ ସଂସ୍କୃତି ମନ୍ତ୍ରୀ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ;  ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଅବସରରେ ବିଧାନ ସଭା ପାର୍ଶ୍ଵରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେହିପରି ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ସଚିବ ସତ୍ୟବ୍ରତ ରାଉତ, ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶକା ଦେବଯାନୀ ଭୂୟାଁ ମଧ୍ୟ ଭୀମ ଭୋଇଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । “ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ ।” ସନ୍ଥ କବିଙ୍କ ଏହି ଅମର ବାଣୀ ଆଜି ବି ଅନେକ ଲୋକଙ୍କ ମନରେ ଗଭୀର ପକାଉଛି ।

 

Related Articles

Back to top button