
ଭୁବନେଶ୍ୱର,ଗତ କାଲି ରାତିରେ ଭୁବନେଶ୍ବର ବିମାନବନ୍ଦରରେ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନି ନବୀନ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ, ବିଜେପି ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ସାଂସଦ ବୈଜୟନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀ, ଦିଲୀପ ରାୟଙ୍କ ସମେତ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ବହୁ ବିଧାୟକ ତାଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ।ପ୍ରଥମେ କୋର୍ କମିଟି ବୈଠକରେ ଯୋଗ ଦେବା ପରେ ଜଟଣୀସ୍ଥିତ ଏସିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଫିଜିକାଲ୍ ହେଲ୍ଥ ବିଶ୍ୱବିଦ୍ୟାଳୟ ପରିସରରେ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ତରଫରୁ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ଶିବିରକୁ ଉଦଘାଟନ କରିବା ସହ ଉଦବୋଧନ ଦେବେ। ମଧ୍ୟାହ୍ନରେ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ମହାପ୍ରସାଦ ସେବନ କରିବେ। ପରେ ଅପରାହ୍ଣରେ, ଭୁବନେଶ୍ବର ଫେରି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି ଏବଂ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କ ସହ ଆଲୋଚନା କରିବେ।



