ଓଡ଼ିଶାରାଜନୀତି

ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ, ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ବ ପ୍ରସିଦ୍ଧ କଟକର ରୁପା ତାରକସୀରେ ନିର୍ମିତ ବୋଇତ ଉପହାରରେ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏଥିସହ ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀଙ୍କ, ନିରନ୍ତର ମାର୍ଗଦର୍ଶନ ଓ ସହଯୋଗ ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ, ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ବିଶେଷ ଭାବରେ ଓଡ଼ିଶାର ଭିତ୍ତି ଭୂମିର ବିକାଶ, ପୁଞ୍ଜିନିବେଶ ସୁଯୋଗର ସମ୍ପ୍ରସାରଣ ଓ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ, ଆଗକୁ ନେବା ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଛି।

Related Articles

Back to top button