ଓଡ଼ିଶାପାଣିପାଗ

୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର ,ପାଣିପାଗ ବିଭାଗର ସୂଚନା ଅନୁସାରେ ,ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଜଳବନ୍ଦୀ, ସହରାଞ୍ଚଳରେ ଜଳ ଜମିବା, ଭୂସ୍ଖଳନ ଓ ଯାତାୟାତ ବ୍ୟାହତ ହେବା ଭଳି, ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ସତର୍କ କରାଯାଇଛି। ରାଜ୍ୟର ୧୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୬ଟି ଜିଲ୍ଲା ପାଇଁ, ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ, ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ, ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ୫ଟି ଜିଲ୍ଲା ପାଇଁ, ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ  ଘନୀଭୂତ ହୋଇ ଅବପାତର ରୂପ ନେଇଛି।ଅବପାତଟି ବର୍ତ୍ତମାନ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ, ଗତି କରୁଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର, ସମ୍ଭାବନା ରହିଛି।ଅବପାତଟି ଚାନ୍ଦବାଲି ଓ ଦିଘା ମଧ୍ୟରେ ବାଲେଶ୍ୱର ନିକଟ ଦେଇ, ଉପକୂଳ ଅତିକ୍ରମ କରିପାରେ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ, ପ୍ରବଳ ବର୍ଷା, ଝଡ଼ୋ ପବନ ଓ ସମୁଦ୍ର ଅଶାନ୍ତ ରହିବାର, ସମ୍ଭାବନା ଥିବାରୁ ସମ୍ପୃକ୍ତ ବିଭାଗଗୁଡ଼ିକୁ, ସତର୍କ ରହିବାକୁ କୁହାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଏବଂ ସାଧାରଣ ଲୋକଙ୍କୁ ପାଣିପାଗ ବିଭାଗର ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି।

Related Articles

Back to top button