ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର।

ଭୁବନେଶ୍ୱର ,ଗତକାଲି ଭକ୍ତିମୟ ପରିବେଶରେ ଜନ୍ମବେଦୀକୁ ବିଜେ କରିଥିଲେ, ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଶ୍ରୀରାମ, ଶ୍ରୀକୃଷ୍ଣ ଓ ମଦନମୋହନ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ପରେ ପ୍ରଭୁ ସୁଦର୍ଶନ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଗୋଟି ପହଣ୍ଡିରେ ଜନ୍ମବେଦିକୁ ବିଜେ କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିଥିଲେ। ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର।ଆଜିଠୁ ଆରମ୍ଭ ହେବ ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ। ବାହାରିବ ଆଡ଼ପ ଅବଢା ବାହୁଡା ପର୍ଯ୍ୟନ୍ତ, ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ। ଶ୍ରଦ୍ଧାଳୁ କିଭଳି ଶୃଙ୍ଖଳିତ ଭାବେ, ଦର୍ଶନ କରିବେ ସେନେଇ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ।ବଡଦାଣ୍ଡରେ, ଦୁଇଦିନ ଧରି ଲୀଳା ଲଗାଇବା ପରେ ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ।

Related Articles

Back to top button