
ଭୁବନେଶ୍ୱର ,ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ। ବିଶେଷ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକର କିଛି ସ୍ଥାନରେ, ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ସ୍ଥିତ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଜି ପାଇଁ ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ମାଲକାନଗିରି, କୋରାପୁଟ, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲା। ଆସନ୍ତାକାଲି ପାଇଁ ମାତ୍ର ୬ ଜିଲ୍ଲାକୁ ବର୍ଷା ଆଲର୍ଟ ରହିଛି। ଧିରେ ଧିରେ ରାଜ୍ୟରେ ବର୍ଷାର ପରିମାଣ, ହ୍ରାସ ପାଇବ। ଅନ୍ୟ ସବୁ ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ ଜାରି ହୋଇନାହିଁ।




