
ଭୁବନେଶ୍ୱର ,ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ। ସକ୍ରିୟ ମୌସୁମୀ ପ୍ରଭାବରେ ଗତକାଲିଠୁ ରାଜଧାନୀ ଭୁବନେଶ୍ବର ସମେତ, ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି।
ଆସନ୍ତା ୨୬ ତାରିଖ ଅର୍ଥାତ ଆହୁରି ୪ ଦିନ ଯାଏଁ ତୁହାକୁ ତୁହା ବର୍ଷାରେ ଭିଜିବ ଓଡ଼ିଶା।
ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେହିଭଳି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ମଧ୍ୟ, ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।
ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ
ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ୧୧ ଜିଲ୍ଲାକୁ, ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।




