Uncategorized

ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଅଗଷ୍ଟ ୯ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜଧାନୀ ଭୁବନେଶ୍ୱରରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ଏହି ଅଭିଯାନ ବ୍ୟାପକ ଭାବେ ପାଳନ କରାଯିବ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି।

Related Articles

Back to top button