
ଭୁବନେଶ୍ୱର ,ଦକ୍ଷିଣ ଓ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ, ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।
ସେହିପରି ସମ୍ବଲପୁର, ଦେଓଗଡ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁରର କିଛିକିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ନେଇ, ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଦକ୍ଷିଣ ଓ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ, ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜର ।




