ଓଡ଼ିଶାପାଣିପାଗ

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର ,ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ଘଡ଼ଘଡ଼ି ଏବଂ ବଜ୍ରପାତ ହେବ ବୋଲି ଭାରତୀୟ ପାଣିପାଗ, ବିଭାଗସତର୍କ କରାଇଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ, ପ୍ରବଳ ବର୍ଷା ପାଇଁ,ପାଣିପାଗ ବିଭାଗ, ସତର୍କତା ଜାରି କରିଛି । ଏହାସହ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଯାଜପୁର, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ, ସତର୍କତା ଜାରି କରାଯାଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାରେ ମଧ୍ୟମ ବର୍ଷା ସହ, ପ୍ରବଳ ବଜ୍ରପାତ ଓ 30-40 କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।

Related Articles

Back to top button