ଓଡ଼ିଶାପାଣିପାଗ

ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି।

ଭୁବନେଶ୍ୱର ,ଆସନ୍ତା ୨୪ଘଣ୍ଟା ମଧ୍ୟରେ ବରଗଡ଼ ଜିଲାର କେତେକ ଅଞ୍ଚଳରେ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ, ଲଘୁଚାପ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଓ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡକୁ ମୁହଁ।ଇବ ବୋଲି, ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଭଦ୍ରକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋରଧା, କୋରାପୁଟ, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ, ପ୍ରବଳ ବର୍ଷା ହୋଇପାରେ।ବୈତରଣୀ, ବ୍ରାହ୍ମଣୀ ଏବଂ ମହାନଦୀ ଅବବାହିକାରେ ବର୍ଷା ଲାଗି ରହିଛି। ସୋମବାର ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ, ବର୍ଷାର ପରିମାଣ କମିବ। ପଶ୍ଚିମ ଓଡ଼ିଶାର ଜିଲାଗୁଡିକରେ, ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ, ଝାଡଖଣ୍ଡରେ ପ୍ରବଳ ବର୍ଷା, ଲାଗି ରହିଛି।

Related Articles

Back to top button