Breaking Newsଓଡ଼ିଶାରାଜନୀତି

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନର ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବିରୋଧୀ ଦଳକୁ କଟାକ୍ଷ କରିଛନ୍ତି । ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖିଥିଲେ । ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ , ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି, ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ । କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ ବୋଲି ଏକ୍ସରେ ଲେଖିଛନ୍ତି ।

କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ । ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ଯ୍ୟକାଳ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି ।

Related Articles

Back to top button