Breaking Newsଓଡ଼ିଶା
ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ମିଟିଂ । ପହଞ୍ଚିଲେ ବରିଷ୍ଠ ଅଧିକାରୀ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୈଠକ। ରାଜ୍ୟର ଶୀର୍ଷ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ପୋଲିସ ଡିଜିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେବେ।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକକୁ ନେଇ ପ୍ରଶାସନିକ ମହଲରେ ଗୁରୁତ୍ୱ ବଢ଼ିଛି।
ସୂଚନା ଅନୁସାରେ, ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ଉପସ୍ଥିତ ରହିବେ। ଏହା ସହ ଟ୍ୱିନସିଟି ପୋଲିସ କମିଶନର ମଧ୍ୟ ବୈଠକରେ ସାମିଲ ହେବେ।
ତେବେ ବୈଠକର ନିର୍ଦ୍ଦିଷ୍ଟ ଏଜେଣ୍ଡା ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। କେଉଁ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ଶୀର୍ଷ ଅଧିକାରୀଙ୍କ ସହ ଆଲୋଚନା କରିବେ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।




