ଐତିହ୍ୟ ଓ ସଂସ୍କୃତିଓଡ଼ିଶା

୨୨ ନଭେମ୍ବରରେ ନବକୃଷ୍ଣ ଚୌଧୁରୀଙ୍କ ୧୨୫ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ ;    ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ୧୨୫ତମ ଜନ୍ମବାର୍ଷିକୀକୁ ଆଡ଼ମ୍ବର ସହକାରେ ପାଳନ କରାଯିବ । ଏହି ଅବସରରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ଓଡ଼ିଶା ଶାଖା ପକ୍ଷରୁ ଏକ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ ଆସନ୍ତା ୨୨ ନଭେମ୍ବର ୨୦୨୬ ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡ଼େମୀ ଠାରେ ଅନୁଷ୍ଠିତ ହେବ । ଏହି ଅବସରରେ ‘ରାଷ୍ଟ୍ରୀୟ ଏକତାରେ ନବକୃଷ୍ଣଙ୍କ ଭୂମିକା’ ଶୀର୍ଷକ ସ୍ମାରକୀ ବକ୍ତୃତା ପ୍ରଦାନ କରିବେ ଦେଶର ବିଶିଷ୍ଟ ଗାନ୍ଧୀବାଦୀ ଚିନ୍ତକ ତଥା ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ କୁମାର ପ୍ରଶାନ୍ତ । ଏଥିସହିତ ଅନୁଗୋଳସ୍ଥିତ କର୍ମଭୂମିରେ ୨୩ରୁ ୨୫ ନଭେମ୍ବର ଯାଏ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ତେବେ ଭୁବନେଶ୍ୱରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ତଥା ନବକୃଷ୍ଣ ଚୌଧୁରୀଙ୍କ ଆଦର୍ଶରେ ବିଶ୍ୱାସ ରଖୁଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଯୋଗଦେବା ପାଇଁ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ଓଡ଼ିଶା ଶାଖା ପକ୍ଷରୁ ଆହ୍ୱାନ କରାଯାଇଛି । ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ରାଜ୍ୟ ସଭାପତି ଜଷ୍ଟିସ୍ ମନୋରଞ୍ଜନ ମହାନ୍ତି, ରାଜ୍ୟ ସଂଯୋଜକ ଡଃ. ବିଶ୍ୱଜିତ, ସାଧାରଣ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀ, ଉତ୍କଳ ସର୍ବୋଦୟ ମଣ୍ଡଳର ସଭାପତି ମିହିର ପ୍ରତାପ ଦାସ, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ରାଜ୍ୟ ସଂଗଠନ ସମ୍ପାଦକ ହରିହର ସେନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିବେଦନ କରିଛନ୍ତି । ‎

‎

Related Articles

Back to top button